ଅନନ୍ତନାଗରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ; ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସୋମବାର ସକାଳୁ ଗୁଳି ବିନିମୟ ଜାରି ରହିଛି । ସୁରକ୍ଷାକର୍ମୀଙ୍କ ଗୁଳିଳେ ଏପର୍ଯ୍ୟନ୍ତ ଦୁଇ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ, ଅନନ୍ତନାଗର ଅକିଂଗମରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ୧୪ ରାଷ୍ଟ୍ରୀୟ ରାଇଫଲ୍ସ (ଆରଆର), ସିଆରପିଏଫ୍ ଏବଂ ଏସଓଜି ଯବାନ ମିଳିତ ଭାବରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ବର୍ଷଣ କରିଥିଲେ । ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଦୁଇ ଜଣ ଆତଙ୍କବାଦୀ ଘଟଣାସ୍ଥଳରେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଭାବରେ ଆହତ ହୋଇଛନ୍ତି । ସେଠାରେ ଆହୁରି ଦୁଇରୁ ତିନି ଜଣ ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ବର୍ତ୍ତମାନ ସୁଦ୍ଧା ଗୁଳିବିନିମୟ ଜାରି ରହିଛି ।

Comments are closed.