କୁଲଗାମରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ

0

ଶ୍ରୀନଗର : ଦକ୍ଷିଣ କାଶ୍ମୀର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଏପର୍ଯ୍ୟନ୍ତ ଏଥିରେ ୫ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । କେଲ୍ଲାମ ଗ୍ରାମରେ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ କମ୍ବିଂ ଅପରେଶନ ଆରମ୍ଭ ହୋଇଥିଲା । ଯେଉଁ ଘରେ ଆତଙ୍କବାଦୀ ଲୁଚି ରହିଥିଲେ ସେହି ଘରଟିକୁ ସୁରକ୍ଷାକର୍ମୀ ଘେରି ଯାଇଥିଲେ । ଏହାକୁ ଦେଖି ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ । ପରେ ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ଘଟଣାସ୍ଥଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଜଣ ଆତଙ୍କବାଦୀ ଟଳି ପଡିଥିଲେ ।

Leave A Reply