ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ୨ ମାଓବାଦୀ ମୃତ

ଛତିଶିଗଡ : ଆଜି ଛତିଶିଗଡ-ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ନେଇ ଖବର ମିଳିଛି । ଗୁଳିବିନିମୟରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ନକ୍ସଲ କମାଣ୍ଡର ନିହତ ହୋଇଥିବା ଜଣାପଡିଛି । ସକାଳ ୫ ଟାରୁ ୯ଟା ପର୍ଯ୍ୟନ୍ତ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଘଟଣା ପରେ ତଲାସି ଅଭିଯାନ ଜାରି ରହିଥିବା ବେଳେ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରାଯାଇଛି ।

Comments are closed.