ପୂର୍ବତନ ସରପଞ୍ଚଙ୍କ ପୁଅଙ୍କୁ ହତ୍ୟା ଅଭିଯୋଗ

ଛତ୍ରପୁର: ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ ପାଣ୍ଡିରିପଡ଼ା ପଞ୍ଚାୟତର ଜଣେ ପୂର୍ବତନ ସରପଞ୍ଚଙ୍କ ପୁଅଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୨୦ରୁ ଊର୍ଦ୍ଧ୍ଵ ବ୍ୟକ୍ତି ତାଙ୍କୁ ସଂଘବଦ୍ଧ ଆକ୍ରମଣ କରିବା ଫଳରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ ମୃତକଙ୍କ ୨ ସହଯୋଗୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ରାଜନୈତିକ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୋଲସରା ପୁଲିସ ଘଟଣାର ତଦନ୍ତ ଚଳାଇଛି।

Comments are closed.