ସୋପିଆନରେ ଏନକାଉଣ୍ଟର ; ୪ ଆତଙ୍କବାଦୀ ସଫା

ଶ୍ରୀନଗର : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଖାନ୍ ତଲାସୀ ଜାରି ରହିଛି । ସେଠାରେ ଅନ୍ୟ ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି ।

ସୂଚନାଯୋଗ୍ୟ, ସୋପିଆନ୍ ଜିଲା ଦାରମଦୋରା କିଗାମ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଛନ୍ତି ବୋଲି ଗୋଇନ୍ଦା ବିଭାଗ ପକ୍ଷରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ପରେ ସୁରକ୍ଷାକର୍ମୀମାନେ ସେଠାରେ ଖାନ୍ ତଲାସୀ ଆରମ୍ଭ କରିଥିଲେ । ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ସେମାନେ ଉପରକୁ ଅତର୍କିତ ଭାବରେ ଗୁଳି ବର୍ଷଣ କରିଥିଲେ । ସୁରକ୍ଷାକର୍ମୀ ଏହାର ପାଲଟା ଜବାବ ଦେଇଥିଲେ । ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ଆତଙ୍କବାଦୀ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ ।

Comments are closed.