ଛତିଶଗଡ଼ : ୨ୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ

0

ରାୟପୁର : ଛତିଶଗଡ଼ ବିଧାନସଭାର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହେବ। ରାଜ୍ୟର ୧୯ଟି ଜିଲ୍ଲାର ୭୨ଟି ନିର୍ବାଚନ ମଣ୍ଡଳୀରେ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ୧୦୭୯ ଜଣ ପ୍ରାର୍ଥୀ ଏହି ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।
ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ। ମୋଟ ୧,୫୩,୮୫,୯୮୩ ଜଣ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୯,୨୯୬ଟି ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Comments
Loading...