ବ୍ୟାଙ୍କରେ ଅଗ୍ନିକାଣ୍ଡ; ଜଳିଗଲା ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

0

ବାଲେଶ୍ୱର : ଭୋଗରାଇ ବ୍ଲକ ଅନ୍ତର୍ଗତ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଶାଖାରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳି ନଷ୍ଟ ହୋଇଥିବା ଜଣାପଡିଛି । ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ​ବେଳେ ସର୍ଟସର୍କିଟ କାରଣରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବାରୁ ଦମକଳ ବାହୀନ ପହଞ୍ଚିବା ବିଳମ୍ବ ହୋଇଥିଲା । ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ବେଳକୁ ବ୍ୟାଙ୍କର ସବୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳି ନଷ୍ଟ ହୋଇସାରିଥିଲା।

Leave A Reply