ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର

ବାଲେଶ୍ବର : ସଦର ଥାନା ଅନ୍ତର୍ଗତ ଛେଲିଆପଦା ଅଞ୍ଚଳ ଥିବା ରତ୍ନାମଣି ବାରିକଙ୍କ ଘରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ସମ୍ପୃର୍ଣ୍ଣ ଜଳି ଯାଇଛି । ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ଜଣାପଡିନାହିଁ । ଅଗ୍ନିକାଣ୍ଡରେ ୨ରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ଷୟକ୍ଷତି ହୋଇଥିବା ଅନୁମାନ କରାଯାଉଛି । ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

Comments are closed.