ବାପୁଜୀ ନଗରସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରେ ଅଗ୍ନିକାଣ୍ଡ; କାରଣ ଅସ୍ପଷ୍ଟ

0

ଭୁବନେଶ୍ବର : ଭୁବନେଶ୍ବର ବାପୁଜୀ ନଗରସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରେ ଅଗ୍ନିକାଣ୍ଡ ଘଟିଛି। ଶନିବାର ଭୋର ସମୟରେ ଏହି ଅଗ୍ନିକାଣ୍ଡ ଘଟିଛି। କୌଣସି କାରଣରୁ ବ୍ୟାଙ୍କର ତୃତୀୟ ମହଲାରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଦୁଇଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ କୌଣସି ବଡ ଧରଣର କ୍ଷୟକ୍ଷତି ହୋଇ ନଥିବା ଜଣାପଡିଛି। ତେବେ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ପୋଡି ନଷ୍ଟ ହୋଇଯାଇଥିବା କୁହାଯାଉଛି। ଏପର୍ୟ୍ୟନ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପାରିନାହିଁ।
ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତେବେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Leave A Reply