ଅଗ୍ନିକାଣ୍ଡରେ ଦୁଇ ବଖରା ଭସ୍ମୀଭୂତ

0

ରାଜନଗର : ରାଜନଗର ବ୍ଲକ ସାନବଡଗୋପାଳପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ପୋଡି ଯାଇଛି। ଏହାସହ ଘରର ସମସ୍ତ ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଛି। ଶୁକ୍ରବାର ରାତିରେ ଜଗନ୍ନାଥପୁର ଗ୍ରାମରେ କାଳନ୍ଦୀ ପାଢୀଙ୍କ ଘରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଜିଲା ବିଜେଡି ସଭାପତି ଧ୍ରୁବ ସାହୁ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ରାଉତ ଅଗ୍ନିବିପନ୍ନ ପରିବାର ଲୋକଙ୍କ ନିକଟରେ ପହଞ୍ଚି ସହାୟତା ପ୍ରଦାନ କରିଛନ୍ତି। ବିପନ୍ନ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି।

Leave A Reply