ଏମ୍‌କେସିଜି ମେଡିକାଲ ହଷ୍ଟେଲରେ ଅଗ୍ନିକାଣ୍ଡ

0

ବ୍ରହ୍ମପୁର: ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ହଷ୍ଟେଲରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ କେହି ମୃତାହତ ହୋଇ ନଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଜଣାପଡିଛି । ଅଗ୍ନିକାଣ୍ଡରେ କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜଳି ଯାଇଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ଅଗ୍ନିକାଣ୍ଡ ସମୟରେ ହଷ୍ଟେଲରେ କେହି ନଥିବାରୁ ଅନ୍ତେବାସୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।

Leave A Reply