ଅଗ୍ନିକାଣ୍ଡରେ ୬ ବଖରା ଭସ୍ମୀଭୂତ, ଜଣେ ଆହତ

0

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସ୍ଥିତ ଜଅଁରା ଗାଁରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ଟି ପରିବାରର ୬ ବଖରା ଘର ଭସ୍ମୀଭୂତ ହେବା ସହ ଜଣେ ଆହତ ହୋଇଛନ୍ତି। ଏତଦ୍ ବ୍ୟତୀତ ୩ଟି ବାଛୁରୀ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ରୋଷେଇ କଲାବେଳେ ଗ୍ୟାସ ଲିକ୍ ହୋଇ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Leave A Reply