ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା

ଜଗତସିଂହପୁର : ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ସାନସାରୋଳ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଭୟାବହ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ଏହି ଅଗ୍ନିକାଣ୍ଡରେ ୧୦ ବଖରା ଘର ଜଳି ପୋଡି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ୨ଟି ଅଗ୍ନିଶମ ବାହିନୀର ୫ଘଣ୍ଟା ଉଦ୍ୟମ ପରେ ନିଆଁକୁ ଆୟତ୍ତ କରାଯାଇଛି।