ଅଗ୍ନିକାଣ୍ଡରେ ୨ଗୁରୁତର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

କାଶୀପୁର : ରାୟଗଡା ଜିଲା କାଶୀପୁର ବ୍ଲକ ଗୌଡ ସାହିରେ ଶୁକ୍ରବାର ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ପ୍ରଥମେ ଗୌଡ ସାହିର ବିଧୁଭୁସଣ ବାରିକଙ୍କ ଘରେ ନିଆ ଲାଗିଥିଲାବେଳେ ପରେ ନିଆଁ ଘରକୁ ଘର ମାଡିଯାଇଥିଲା । ଗୁରୁତରଙ୍କୁ ପ୍ରଥମେ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ପରେ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

Comments are closed.