ଉତ୍କଳ ବିଶ୍ବବିଦ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ : ୩୦ଲକ୍ଷ ଟଙ୍କାରୁ ଅଧିକ ଟଙ୍କାର ସମ୍ପତ୍ତି ଭସ୍ମ

ଭୁବନେଶ୍ବର : ବାଣୀବିହାରରେ ଥିବା ଉତ୍କଳ ବିଶ୍ବବିଦ୍ୟାଳୟର ସିଣ୍ଡିକେଟ ହଲରେ ଗୁୁରୁବାର ଭୟାବହ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି। ଆଜି ଭିସିଙ୍କ ଚ୍ୟାମ୍ୱରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକ ସରିବାର କିଛି ସମୟ ପରେ ସନ୍ଧ୍ୟା ୬ରୁ ସାଢ଼େ ୬ଟା ଭିତରେ ସିଣ୍ଡିକେଟ୍‌ ହଲ୍‌ ପାର୍ଶ୍ୱ ଭିସିଙ୍କ ଚ୍ୟାମ୍ୱରରୁ ଧୂଆଁ ବାହାରିଥିବା ଦେଖିବାକୁ ମିଳିଥିଲା। ପରେ ନିଆଁ ଆଖପାଖ ଅଞ୍ଚଳକୁ ବ୍ୟାପୀ ଯାଇଥିଲା। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡି ପାଉଁଶ ହୋଇଯାଇଥିବାବେଳେ ପ୍ରାୟ ୩୦ଲକ୍ଷ ଟଙ୍କାର ସମ୍ପତ୍ତି କ୍ଷୟକ୍ଷତି ହୋଇଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ପ୍ରାୟ ଏକ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲା। ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।

Comments are closed.