ନାଗପୁରର କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ; ୪ ମୃତ

ମୁମ୍ବଇ : ମହାରାଷ୍ଟ୍ରର ନାଗପୁର ସ୍ଥିତ ୱାଡି ଅଞ୍ଚଳରେ ଥିବା ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଶନିବାର ଖବର ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ୨ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଉକ୍ତ ଡାକ୍ତରଖାନାରରେ ଚିକିତ୍ସିତ ହେଉଥିବା ୨୭ ଜଣ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଆଇସିୟୁ ବିଭାଗରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ନିଆଁ ସେହି ମହଲାରେ ସୀମିତ ରହିଛି ବୋଲି ସୂଚନା ମିଳିଛି। ନିଆଁ ଲାଗିବାର ଖବର ପାଇଁ ଅଗ୍ନିଶମ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ।

Comments are closed.