ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ

ଭଦ୍ରକ : ଭଦ୍ରକ ଜିଲାର ତିହିଡି ବଜାରରେ ଅଗ୍ନିକାଣ୍ଡ ହୋଇଥିବା ଶୁକ୍ରବାର ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପ୍ରାୟ ୧୦ଟି ଦୋକାନ ଜଳି ଯାଇଥିବା ବେଳେ ବହୁ ସମ୍ପତ୍ତି ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଛି ବୋଲି ପ୍ରାର୍ଥମିକ ତଦନ୍ତରୁ ଜଣାପଡ଼ିଛି। ବହୁ କଷ୍ଟରେ ନିଆଁକୁ ଆୟତ୍ତ କରାଯାଇଥିଲା। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।