ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା

ଭଦ୍ରକ : ଭଦ୍ରକ ଜିଲା କଳେଇ ପଞ୍ଚାୟତ ବଳଜିତପଡା ଗାଁରେ ଅଗ୍ନିକାଣ୍ଡ ହୋଇଥିବା ଶୁକ୍ରବାର ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ପୋଡି ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ବୋଲି ସୂଚନା ମିଳିଛି।

Comments are closed.