ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ବାଲେଶ୍ୱର : ବାଲେଶ୍ୱର ଜିଲା ଖଇରା ବ୍ଲକ ଗୁଆପାଳଗ୍ରାମରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଗୁରୁବାର ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ଗୁଆପାଳଗ୍ରାମର କାହ୍ନୁ ନାଇକଙ୍କ ଘରେ ଅଗ୍ନିକାଣ୍ଡ ଘଟି ୪ ବଖରା ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଯାବତ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।

Comments
Loading...