ଆହୁରି ୨ଦିନ କୁହୁଡ଼ି

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ରାତି ତାପମାତ୍ରା କମିଛି। ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ଫୁଲବାଣୀ ଓ ଦାରିଙ୍ଗବାଡିରେ ୧୧ ଡିଗ୍ରୀ ସେଲସିୟସ୍‌ ଲେଖାଏଁ ରେକର୍ଡ କରାଯାଇଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ଉପରେ ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡିଶାର କେତେକ ଜିଲାରେ କୁହୁଡି ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ଅଭୁଭୂତର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋମବାର ସକାଳେ ଉପରୋକ୍ତ ଜିଲାଗୁଡିକ ସହିତ ଅନୁଗୋଳ, ବୌଦ୍ଧ, କୋରାପୁଟ ଏବଂ ମାଲକାନଗିରି ଜିଲାରେ କୁହୁଡି ଦୃଶ୍ୟମାନ ହୋଇପାରେ। ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇବାର ସମ୍ଭାବନା ରହିଛି।

Comments are closed.