ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ପରଲୋକ

ସମାଜ ପୋର୍ଟାଲ ଡେସ୍କ: ରାଜ୍ୟର ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କର ମଙ୍ଗଳବାର ପରଲୋକ ଘଟିଛି। ୮୫ବର୍ଷ ବୟସରେ ସେ ନିଜ କଟକସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ୧୯୩୪ ମସିହା ଅକ୍ଟୋବର ୨୧ତାରିଖରେ ଜନ୍ମଗ୍ରହଣ କରିଥିବା ସ୍ୱର୍ଗତ ରଥ ୩୬ ବର୍ଷ ଧରି ଭାରତୀୟ ପୁଲିସ ସେବାରେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

Comments are closed.