ସ୍ୱର୍ଗତଃ ବିଜୟଶ୍ରୀ ରାଉତରାୟଙ୍କୁ ବିଜୁ ଜନତା ଦଳ ନେତୃମଣ୍ଡଳୀ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର : ବିଜୁ ଜନତା ଦଳର ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତଃ ବିଜୟଶ୍ରୀ ରାଉତରାୟଙ୍କର ପ୍ରାର୍ଥିବ ଶରୀର ବିଜୁ ଜନତା ଦଳ ରାଜ୍ୟ କାର୍ୟ୍ୟାଳୟ ଅଣାଯାଇଛି। ସେଠାରେ ଦଳର ନେତୃମଣ୍ଡଳୀ ସ୍ୱର୍ଗତଃ ରାଉତରାୟଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ।

ସୂଚନା ଯୋଗ୍ୟ, ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଘଟିଛି।  ୬୮ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। କରୋନାରୁ ସୁସ୍ଥ ହେବା ପରେ କରୋନା ପରବର୍ତି ଜଟିଳତା ନେଇ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁତ୍ର ଥିଲେ ବିଜୟଶ୍ରୀ। ସେ ବାସୁଦେବପୁର ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ୬ ଥର ନିର୍ବାଚିତ ହୋଇଥିଲେ। ସେ ୨ ଥର ଜନତା ଦଳରୁ ଓ ୪ ଥର ବିଜେଡି ଟିକେଟରୁ ଲଢ଼ି ବିଜୟୀ ହୋଇଥିଲେ। ବିଜୟଶ୍ରୀ ରାଉତରାୟ ଏକାଧିକବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସ୍ୱାସ୍ଥ୍ୟ, ରାଜସ୍ୱ ଏବଂ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

 

Comments are closed.