ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍‍ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍‍ ମତଲୁବ ଅଲ୍ଲୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ବିଯୋଗ ହୋଇଥିବା ନେଇ ମନ୍ତ୍ରୀଙ୍କ ପୁଅ ମାସୁଦ ଅଲ୍ଲୀ ସୂଚନା ଦେଇଛନ୍ତି। ଗତ ୧୪ରେ ମତଲୁବ ଅସୁସ୍ଥତା ଅନୁଭବ କରିବାରୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ବିୟୋଗରେ ସମଗ୍ର ମହଲରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଅନୁଯାୟୀ, ଶେଖ୍ ମତଲୁବ ଅଲ୍ଲୀ କଟକ ଜିଲ୍ଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀରୁ ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୭୪, ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଜଣେ ଲୋକପ୍ରିୟ ନେତା ସହିତ ସାହିତ୍ୟିକ ମଧ୍ୟ ଥିଲେ। ଦୀର୍ଘ ବର୍ଷ ଧରି ରାଜ୍ୟ କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ସୂଚାରୁ ରୂପେ ନିଜ ଦାୟିତ୍ୱ ତୁଲାଇ ଥିଲେ।

 

 

Comments are closed.