ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର: ଜଗତସିଂହପୁର ଜିଲା ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କର ଏଠାରେ ପରଲୋକ ଘଟିଛି । ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସୂଚନାଯୋଗ୍ୟ ଯେ ଶ୍ରୀ ସ୍ୱାଇଁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କର ଅନ୍ୟତମ ଘନିଷ୍ଠ ବ୍ୟକ୍ତି ଥିଲେ । ସେ ବାଲିକୁଦା ବିଧାନସଭା ନିର୍ବାଚନମଣ୍ଡଳୀରୁ ଜନତା ଦଳ ଟିକେଟରେ ୧୯୭୭ରୁ ୧୯୮୦ ଏବଂ ୧୯୯୦ରୁ ୧୯୯୫ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ପରେ ସେ କଂଗ୍ରେସ ପ୍ରାର୍ଥୀ ଭାବରେ ୨୦୦୦ରୁ ୨୦୦୫ ଏବଂ ୨୦୦୫ରୁ ୨୦୦୯ ପର୍ଯ୍ୟନ୍ତ ଏହିଭଳି ମୋଟ ଚାରିଥର ନିର୍ବାଚିତ ହୋଇଥିଲେ । ତାଙ୍କ ମୃତ୍ୟୁରେ ବହୁ ରାଜନେତା ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଜନ୍ମସ୍ଥାନ ମାଛଗାଁରେ ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ଜଣାଯାଇଛି ।

Comments are closed.