ମନମୋହନ ସିଂହ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୦ା୫: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ କେନ୍ଦ୍ର (ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ଡକ୍ଟର ସିଂହ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏମ୍ସର କାର୍ଡିଓ ଥେରାସିସି (ହୃଦ୍‌ବକ୍ଷ ଶଲ୍ୟ ଚିକିତ୍ସା) ୱାର୍ଡରେ ଭର୍ତ୍ତି କରାଯାଇଛି। ତାଙ୍କୁ ରବିବାର ସନ୍ଧ୍ୟା ୮ଟା ୪୦ରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ଏବେ ନିରୀକ୍ଷଣରେ ରଖାଯାଇଛି ।

Comments are closed.