ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ

ଭୁବନେଶ୍ୱର: ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଖଣି ଓ ଇସ୍ପାତ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ଓ ତାଙ୍କର ଏହି ବିୟୋଗ ସମଗ୍ର ରାଷ୍ଟ୍ର ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଅବିହିତ କରିବା ସହ ଆଜି ଦେଶ ଏକ ମହାନ ରାଜନୀତିଜ୍ଞ, ଅନ୍ତଦୃଷ୍ଟି ସମ୍ପର୍ଣ୍ଣ ଓ ଜଣେ ବିଜ୍ଞ ବ୍ୟକ୍ତିଙ୍କୁ ହରାଇଲା ବୋଲି ନିଜ ଶୋକ ବାର୍ତ୍ତା ରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ପ୍ରକାଶ କରିଛନ୍ତି।

ଖଣି ଓ ଇସ୍ପାତ, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ସ୍ୱର୍ଗତ ମୁଖାର୍ଜୀଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

Comments are closed.