ସ୍ବାଧୀନତା ସଂଗ୍ରାମୀ ଭବାନୀ ପଟ୍ଟନାୟକ ଅସୁସ୍ଥ

ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀ ପଟ୍ଟନାୟକଙ୍କ ଅସୁସ୍ଥତାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଚିନ୍ତା ପ୍ରକଟ କରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି କାମନା କରିଛନ୍ତି। ଶ୍ରୀ ପଟ୍ଟନାୟକଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତାଙ୍କୁ ଆବଶ୍ୟକ ଚିକିତ୍ସା ସେବା ଯୋଗାଇ ଦେବା ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥାର ଉପଯୁକ୍ତ ତଦାରଖ ପାଇଁ କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକଙ୍କ ତତ୍ତ୍ବାବଧାନରେ ଏକ ମେଡିକାଲ ଟିମ ଗଠନ କରିବାକୁ ସେ ନିର୍ଦେଶ ଦେଇଛନ୍ତି।

 

Comments are closed.