ଶୁକ୍ରବାର ରାଶିଫଳ ୨୨.୧୦.୨୦୨୧

ମେଷ: ଧନବାନ୍‌ ହେବେ। ଅପାର ଗୁଣର ଅଧିକାରୀ ହୋଇପାରନ୍ତି। ଉପାର୍ଜନକାରୀ ହେବେ। ଶକ୍ତିମାନ୍‌ ହୋଇପାରନ୍ତି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ।
ବୃଷ: ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଜନଗହଳିଠାରୁ ଦୂରେଇ ରହିବେ। ଯାତ୍ରା ଶୁଭପ୍ରଦ ହେବ। କଥା ମଧୁର ଯୋଗୁ ଆଦର ମିଳିବ।
ମିଥୁନ: ମୂଲ୍ୟବାନ୍‌ ଦ୍ରବ୍ୟ କ୍ରୟ କରିପାରନ୍ତି। ସୁସମ୍ବାଦ ଶୁଣି ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଉଦ୍ୟମ ଜାରି ରଖିବେ। ସତ୍‌କର୍ମରେ ନିୟୋଜିତ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।
କର୍କଟ: ଶୁଭ ଖବର ମିଳିବ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ।
ସିଂହ: ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ନାନା ଦୁଶ୍ଚିନ୍ତାରେ ମନ ବିଚଳିତ ହୋଇପାରେ। ଶାନ୍ତ, ନିପୁଣ ଓ ମେଧାବୀ ହେବେ। ଜିତେନ୍ଦ୍ରୀୟ ହୋଇପାରନ୍ତି। ବିଦ୍ବାନ୍‌ ଓ ଦୟାଳୁ ସ୍ବଭାବର ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ତୁଳା: ଆମୋଦପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପ୍ରୀତିଭୋଜନରେ ଆପ୍ୟାୟିତ ହେବେ।
ବିଛା: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି କାର୍ଯ୍ୟ କଲେ ସଫଳତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ସମ୍ପାଦିତ ହେବ। ଋଣ ପରିଶୋଧ କରିବେ।
ଧନୁ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପାରନ୍ତି। ଅଧ୍ୟୟନରତ ହେବେ। ବିଭିନ୍ନ ସ୍ତରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ।
ମକର: ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। ବାସଗୃହ ଉନ୍ନତମାନର ହେବ। କୃଷି କର୍ମରେ ଧ୍ୟାନ ଦେଇ ପାରନ୍ତି। ଯାନ-ବାହନ ସୁଖ ମିଳିବ। ମାନସିକ ଅଶାନ୍ତି ଦେଖାଦେଇ ପାରେ।
କୁମ୍ଭ: ବ୍ରାହ୍ମଣ ମିତ୍ରତାଯୁକ୍ତ ହେବେ। ପରୋପକାରୀ ହେବେ। ବୋଧକାରୀ ଓ ରାଜପୂଜ୍ୟ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଅଶାନ୍ତି ଦୂର ହେବ। ସରକାରୀ ଲାଭ ମିଳିପାରେ।
ମୀନ: ନିଃସ୍ବାର୍ଥପର ହେବେ। ନୀତିନିଷ୍ଠ ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। ମନ ପ୍ରସନ୍ନ ରହିବ। ଚଞ୍ଚଳମନା ହୋଇପାରନ୍ତି। କୀର୍ତ୍ତିମାନ୍‌ ହେବେ। ଅତି ସୁଖୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ।

Comments are closed.