ଶୁକ୍ରବାର ରାଶିଫଳ ୨୮.୦୧.୨୦୨୨

ମେଷ: ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟ ଓ ସାହସର ସହିତ ବିପଦର ମୁକାବିଲା କରିବେ। ଆଜି ସତର୍କାତାର ଦିନ।
ବୃଷ: ପୁଣ୍ୟପ୍ରଭା ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।
ମିଥୁନ: ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ସର୍ବସକ୍ତିର ଆଧାର ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଶୁଭଫଳରୁ ବଞ୍ଚିତ ହେବେ।
କର୍କଟ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ସିଂହ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ଦୀକ୍ଷାଭାବେ ଗ୍ରହଣ କରିବେ। ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭପ୍ରାପ୍ତ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
କନ୍ୟା: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର, ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଧନାଗମ ହେବ। ବନ୍ଧୁ ସହାୟତା ମିଳିବ।
ବିଛା: ଶୀଳଧନ ଅର୍ଜନ କରିବେ। ସୁସ୍ଥ ଓ ନିରାମୟ ରହିବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛୁ। ପ୍ରୀତିଭୋଜନରେ ଆପ୍ୟାୟିତ ହେବେ।
ଧନୁ: ଭାଷା ଓ ବ୍ୟବହାର ରୁଚିସମ୍ପନ୍ନ ହେବ। ଉଚିତ ମାର୍ଗରେ ଧନ ବ୍ୟୟ କରି ସନ୍ତୁଷ୍ଟ ହେବେ। କର୍ମଚଞ୍ଚଳ ରହିବେ। ସାହସୀ ଓ ଜ୍ଞାନ-ଗରିମାଯୁକ୍ତ ହେବେ। ସୃଜନଶୀଳ ମନୋଭାବର ହୋଇପାରନ୍ତି।
ମକର: ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତି ହେବ। ବ୍ୟବସାୟ ଲାଭଜନକ ହେବ।
କୁମ୍ଭ: ବଂଶର ଟେକ ରଖିବାରେ ପାରଙ୍ଗମ ହେବେ। କୁଳପ୍ରଦୀପ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସ୍ନେହ ରହିବ।
ମୀନ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସରେ ବୁଡ଼ି ରହିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Comments are closed.