ଶୁକ୍ରବାର ରାଶିଫଳ ୦୪.୦୬.୨୦୨୧

ମେଷ: ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନେଇ ନିରବ ଦର୍ଶକ ସାଜି ପାରନ୍ତି। କାର୍ଯ୍ୟରେ ବାଧା ଉପୁଜାଇବାକୁ କେହି ଉଦ୍ୟମ ଚଳାଇ ପାରନ୍ତି। ସାମର୍ଥ୍ୟର ପରିପ୍ରକାଶ ଘଟିବ। ଧନାଗମ ହେବ।
ବୃଷ: ସମ୍ମାନିତ ହୋଇ ପାରନ୍ତି। ସୁସମ୍ବାଦ ପାଇ ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ମିଥୁନ: ଶୁଭଖବର ମିଳିପାରେ। କର୍ମକ୍ଷେତ୍ର ଆନନ୍ଦଦାୟକ ହେବ। ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପରିଶ୍ରମର ମୂଲ୍ୟ ମିିଳିବ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
କର୍କଟ: କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଅର୍ଥପ୍ରାପ୍ତିର ଅପୂର୍ବ ସୁଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅର୍ଥ ଟାଣଟୁଣ ରହିବ। ଶୁଭକାର୍ଯ୍ୟ ବର୍ଜନୀୟ। ବ୍ରତଧାରୀ ହେବେ। ବିଜ୍ଞ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ। କ୍ଷମାସାଗର ହୋଇପାରନ୍ତି। ସତର୍କରେ ଚଳିବାକୁ ପଡ଼ିବ।
କନ୍ୟା: ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।
ତୁଳା: ଶତ୍ରୁ ଉପଦ୍ରବ ପାଇଁ ଚିନ୍ତାଗ୍ରସ୍ତ ହେବେ। ବନ୍ଧୁ ସହାୟତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ପାଇ ଆନନ୍ଦ ଅନୁଭବ କରିବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଋଣ ପରିଶୋଧ କରିବେ।
ବିଛା: ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ। ପଢ଼ାପଢ଼ିରେ ମନୋନିବେଶ କରିବେ।
ଧନୁ: କାର୍ଯ୍ୟଦକ୍ଷତା ପାଇଁ ପ୍ରଶଂସାର ପାତ୍ର ହେବେ। ଦେବାଶ୍ରୟ ହୋଇପାରନ୍ତି। ରାଜପୂଜ୍ୟ ହୋଇ ପାରନ୍ତି। ଅଗ୍ନିମାନ୍ଦ୍ୟରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସାମାଜିକ ସ୍ବୀକୃତି ଲାଭକରିବେ। ଯଶ୍ବସୀ ହେବେ।
ମକର: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଦେବଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।
କୁମ୍ଭ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରି ପାରନ୍ତି। ଉପବାସାଦି ଧର୍ମ କ୍ରିୟାରତ ହେବେ। ବିଦ୍ୟା ପ୍ରଭାବରେ, ବ୍ୟବସାୟରେ, ଧନଲାଭର ସୂଚନା ମିଳୁଛି। ତ୍ୟାଗଶୀଳ ଓ ନୀତିଜ୍ଞ ହେବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି।
ମୀନ: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶରୀର ସୁସ୍ଥ ରହିବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ।

Comments are closed.