ଶୁକ୍ରବାର ରାଶିଫଳ ୧୮.୦୬.୨୦୨୧

ମେଷ: ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ପ୍ରଭୂତ ସୁନାମର ଅଧିକାରୀ ହେବେ।
ବୃଷ: କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ପତ୍ନୀ ଆଜ୍ଞାକାରିଣୀ ହେବେ।
ମିଥୁନ: ଉଦାର ପ୍ରକୃତିର ହୋଇ ପାରନ୍ତି। ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହୋଇ ପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ ହେବେ। ଯାନବାହନ ସୁଖ ମିଳିବ।
କର୍କଟ: ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହେବେ। ଥଣ୍ଡାଜନିତ କ୍ଲେଶ ଅଛି।
ସିଂହ: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇ ପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।
କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେତୁ ଭଲ ରୋଜଗାର ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ। ମିଷ୍ଠାନ୍ନ ଭୋଜନରେ ଆପ୍ୟାୟିତ ହେବେ।
ତୁଳା: କେହି ପଥରୋଧ କରିବାକୁ ଉଦ୍ୟମ ଚଳାଇ ପାରନ୍ତି। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇ ପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସାହସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ସାଧନରେ ସିଦ୍ଧିପ୍ରାପ୍ତ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶ୍ବସୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିବ। ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ।
ଧନୁ: ଶ୍ରମର ମୂଲ୍ୟାଙ୍କନ ହେବ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ୍ବସୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।
ମକର: ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗବିଳାସରେ ସମୟ ବିତାଇପାରନ୍ତି। ପଶ୍ଚାତାପ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ବାନ ଓ ସାହସୀ ହେବେ।
କୁମ୍ଭ: କୌଣସି କାରଣରୁ ଅସୁଖୀ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ ଦୂରେଇ ଯାଇପାରନ୍ତି। ଜଳଯାତ୍ରା ମନା। ଅଷ୍ଟମ ଭୋଗ ହେତୁ ସତର୍କ ରହିବେ।
ମୀନ: ବନ୍ଧୁ ମିଳନରେ ବିଶେଷ ଉପକୃତ ହୋଇପାରନ୍ତି। ବ୍ୟବସାୟ, ଅତ୍ୟନ୍ତ ଲାଭଜନକ ହେବ। ସେବା ଧର୍ମକୁ ଆଦରି ନେଇ ପାରନ୍ତି। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ନେଇ କାର୍ଯ୍ୟ କରିବେ।

Comments are closed.