ଶୁକ୍ରବାର ରାଶିଫଳ ( ୧୧-୧୨-୨୦୨୦ )

ମେଷ: ବିଚାର ବିମର୍ଶ କରି କାର୍ଯ୍ୟ କରିବାକୁ ପଡ଼ିବ। ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ବ୍ୟବସାୟ ଲାଭଜନକ ହେବ। ମନରେ ସେବାଭାବ ଜାଗ୍ରତ ହୋଇପାରେ। ଶାନ୍ତି ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ।

ବୃଷ: କାର୍ଯ୍ୟ ସଠିକ୍‍ ମାର୍ଗରେ ଚାଲିବ। ଦାମ୍ଭିକତା ଫଳପ୍ରଦ ହେବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଶକ୍ତିମାନ୍‍ ଥ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।

ମିଥୁନ: ଲୋକ ସଂପର୍କ ବୃଦ୍ଧି ହେବ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

କର୍କଟ: ନିର୍ଭରଶୀଳ ନ ହୋଇ ସ୍ୱଇଚ୍ଛାରେ କାର୍ଯ୍ୟ କରିପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ।

ସିଂହ: ନିର୍ଭୀକ ଭାବେ କାର୍ଯ୍ୟ କରିବେ। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।

କନ୍ୟା: ବିଭିନ୍ନ ସୂତ୍ରରୁ ଧନାଗମ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହେବ।

ତୁଳା: ଅଟକି ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ ରୂପ ଦେଇପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ପାରଙ୍ଗମ ହେବେ। ମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ।

ବିଛା: ଅନ୍ଧକାର ଦୂର ହୋଇଛି। ଏବେ ଆଲୋକବର୍ତ୍ତିକାର ତେଜ ଉପଭୋଗ କରିବେ। କର୍ମଚଞ୍ଚଳ ରହିବେ। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଆୟର ମାର୍ଗ ଉନ୍ମୁକ୍ତ ହୋଇପାରେ।

ଧନୁ: ସୁସ୍ଥ ଓ ନିରାମୟ ରହିବେ। ସ୍ୱଳ୍ପ ଆୟ ହେବ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନଲାଭର ସୂଚନା ମିଳୁଛି। ତନ୍ତ୍ର, ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।

ମକର: କଥାରେ ଅନ୍ୟକୁ ବଶ କରିପାରନ୍ତି। କର୍ମଚଞ୍ଚଳ ରହିବେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ।

କୁମ୍ଭ: ସୁଯୋଗର ଉପଯୋଗ କରିବେ। ସେବାକୁ ସୁକର୍ମ ଭାବେ ଗ୍ରହଣ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା ଓ ବିଦ୍ୱାନ୍‍ ହେବେ। ସାହସୀ ଓ ସମ୍ପତ୍ତିବାନ୍‍ ହେବେ।

ମୀନ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରେ ଲାଭବାନ୍‌ ହେବେ। ଉତ୍ତମା ପତ୍ନୀଙ୍କ ସହଯୋଗ ପାଇ କୃତକାର୍ଯ୍ୟ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ମନା।

Comments are closed.