ଶୁକ୍ରବାର ରାଶିଫଳ

ମେଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ରୁଚିପୂର୍ଣ୍ଣ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମୋକଦ୍ଦମାରେ ବିଜୟୀ ହୋଇ ଧନ ଲାଭ କରିବେ। ରାଜକୃପା ପାଇ ସନ୍ତୁଷ୍ଟ ହେବେ। ଯଶସ୍ବୀ ହେବେ। ନୂଆ ବନ୍ଧୁ ଜୁଟିବେ।

ବୃଷ: ଜଣକୁ ସାହାଯ୍ୟ କରି ଅପଦସ୍ତ ହୋଇପାରନ୍ତି। ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ମଧୁରଭାଷୀ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ।

ମିଥୁନ: ନୂତନ ଭାବେ କର୍ମ ନିଯୁକ୍ତି ପାଇପାରନ୍ତି। ଆୟ ଯଥେଷ୍ଟ ପରିମାଣର ହେବ। କାର୍ଯ୍ୟରେ ସଫଳତା ଲାଭ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ, ଧନ ଲାଭର ସୂଚନା ମିଳୁଛି। ସୁସ୍ଥ ରହିବେ। ଯଶସ୍ବୀ ହୋଇପାରନ୍ତି।

କର୍କଟ: ମହିଳା ଓ ବିଦ୍ୟାର୍ଥୀମାନେ ସମ୍ବେଦନଶୀଳ ହୋଇପାରନ୍ତି। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ମିଳିବ।

ସିଂହ: ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧର୍ମାତ୍ମା ହେବେ।

କନ୍ୟା: ବ୍ୟବସାୟ ଲାଭଜନକ ହେବ। ସ୍ବାଭିମାନୀ ହୋଇପାରନ୍ତି। ମିତ୍ରମାନେ ସହଯୋଗ ପରିବର୍ତ୍ତେ କରଛଡ଼ା ଦେଇପାରନ୍ତିି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳରେ ସତର୍କ ରହିବେ।

ତୁଳା: ଯଶସ୍ୱୀ ହେବେ। ଦୁଃସାହସିକ ପଦକ୍ଷେପ ନେଇ ଅସାଧ୍ୟ କାର୍ଯ୍ୟକୁ ସାଧନ କରିବାରେ ସକ୍ଷମ ହେବେ। କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହେବେ। ଶାନ୍ତଶିଷ୍ଟ ହେବେ। ପତ୍ନୀଙ୍କ ଇଙ୍ଗିତରେ ଚଳିବେ।

ବିଛା: ଦକ୍ଷତା ଦ୍ୱିଗୁଣିତ ହୋଇପାରେ। ଦୃଢ଼ମନୋବଳ ନେଇ ନିର୍ବିଘ୍ନରେ କାର୍ଯ୍ୟ ସଂପାଦନ କରିବେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶିତ୍ରୁନାଶ କରିପାରନ୍ତି। ଚାକିରିରେ ସୁନାମ ମିଳିବ।

ଧନୁ: ମନରେ ଭକ୍ତି ଭାବନା ଜାଗ୍ରତ ହୋଇପାରେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହ ରହିବ। ବ୍ୟବସାୟରୁ ଲାଭ ମିଳିବ।

ମକର: ଧୈର୍ଯ୍ୟଧରି କାର୍ଯ୍ୟ କଲେ ସଫଳ ହେବେ। କେତେକ କ୍ଷେତ୍ରରେ ମାନ-ମନାନ୍ତର ଘଟିପାରେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହେବେ। କୃଷି କର୍ମକାରୀ ହେବେ। ସୁସ୍ଥ ରହିବେ।

କୁମ୍ଭ: ସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତିି। କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆସ୍ତିକ ଓ ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କଠାରୁ ଆଦର ମିଳିବ।

ମୀନ: କାର୍ଯ୍ୟ ଦକ୍ଷତା ବୃଦ୍ଧି ହେବ। ପରମ ଭାଗ୍ୟଶାଳୀ ହେବେ। ପରଦେଶବାସୀ ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ।

Comments are closed.