ଶୁକ୍ରବାର ରାଶିଫଳ

ମେଷ: ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବା ପାଇଁ ଉଦ୍ୟମ ଜାରି ରଖିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସୁଶୀଳା ପତ୍ନୀଙ୍କ ସାନ୍ନିଧ୍ୟ ମିଳିବ।
ବୃଷ: କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଉଳକାରୀ ହୋଇପାରନ୍ତି। ମନରେ ପ୍ରସନ୍ନତା ଭାବ ଉଦ୍ରେକ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
ମିଥୁନ: ପୈତୃକ ସମ୍ପତ୍ତି ପାଇଁ ଲାଗି ରହିଥିବା ବିବାଦର ସୁସମାଧାନ ହେବ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ସମୟ ବିତାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ: କାର୍ଯ୍ୟରେ ସଫଳତା ମିଳିବ। କଷ୍ଟସାଧ୍ୟ ହେବ। ଈର୍ଷାଳୁ ସ୍ବଭାବର ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ।
ସିଂହ: ସୁଖ-ସମ୍ମାନ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ମନରେ ଅହଂଭାବ ଉଦ୍ରେକ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଲାଭ ଦାୟକ ହେବ। ଅବିବାହିତଙ୍କୁ ମନୋରମା କନ୍ୟା ମିଳିବ।
କନ୍ୟା: କାର୍ଯ୍ୟ ହାସଲ କରିବା ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ତୁଳା: ଅଭାବ ଦୂରେଇ ଯିବ। ପଢ଼ାଲେଖାରେ ପାରଙ୍ଗମ ହେବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆସନ୍ନ ପ୍ରସବା ଥିଲେ କନ୍ୟା ସନ୍ତାନ ଜାତ ହୋଇପାରେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ସୁଖୀ ହେବେ।
ବିଛା: ଯେ କୌଣସି କାର୍ଯ୍ୟ କରନ୍ତୁ ନା କାହିଁକି ପ୍ରାୟ ପ୍ରତ୍ୟେକ କ୍ଷେତ୍ରରୁ ସଫଳତା ମିଳିବ। ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ। ବୁଦ୍ଧିମାନ୍‍ ହେବେ।
ଧନୁ: କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ହେବେ। ମଧୁର ଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର-ସମ୍ମାନ ମିଳିବ।
ମକର: ବନ୍ଧୁଙ୍କ ସହିତ ସହମତି ପ୍ରକାଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତି ପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ। ସୁଖୀ ହେବେ।
କୁମ୍ଭ: ପ୍ରିୟ ବ୍ୟକ୍ତିଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। କାୟ ମନୋବାକ୍ୟରେ ଧର୍ମ ଆଚରଣ କରିପାରନ୍ତି। ରଣାଙ୍କନରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ।
ମୀନ: ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ। ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି। ଚଞ୍ଚଳ ସ୍ୱଭାବର ହେବେ। ସଭାରେ ସୁମଧୁର ଭାଷଣ ଦେଇ ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଗରିମାଯୁକ୍ତ ହେବେ। ଖର୍ଚ୍ଚାନ୍ତ ହେବେ।

Comments are closed.