ଶୁକ୍ରବାର ରାଶିଫଳ

0

ମେଷ: ନୂତନ ଧରଣର ଶିକ୍ଷା ଗ୍ରହଣ କରିବେ। ମିତ୍ର ଲାଭର ସୁଯୋଗ ଅଛି। ବ୍ୟବସାୟ ଲାଭଜନକ ହୋଇପାରେ। ସେବକ ସମାଜରେ ସାମିଲ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ।

ବୃଷ: ମନସ୍କାମନା ପୂର୍ଣ୍ଣ ହୋଇପାରେ। ଚିନ୍ତିତ ହୋଇପାରନ୍ତି। ଚଞ୍ଚଳ ଚେଷ୍ଟିତ ହେବେ। ଭାଇମାନଙ୍କ ପ୍ରତି ଅତୁଟ ସ୍ନେହଭାବ ରହିବ। ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ସ୍ୱାସ୍ଥ୍ୟ ଭଲ ରହିବ।

ମିଥୁନ: କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଧନ-ଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହେବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ତନ୍ତ୍ର-ମନ୍ତ୍ରାଦି ବିଦ୍ୟା ପ୍ରତି ଆଗ୍ରହୀ ହେବେ।

କର୍କଟ: ପାରିବାରିକ ଶାନ୍ତି ମିଳିବ। ପ୍ରତିରୋଧକୁ ଏଡ଼ାଇ ଆଗକୁ ବଢ଼ିପାରନ୍ତି। ଉଦାର ସ୍ୱଭାବର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ବ୍ୟକ୍ତି ବିଶେଷ ଭାବେ ସମ୍ମାନିତ ହେବେ। କୃଷି କର୍ମରେ ନିୟୋଜିତ ହେବେ।

ସିଂହ: କର୍ତ୍ତବ୍ୟ ପରାୟଣ ହେବେ। ମନ ପ୍ରସନ୍ନ ରହିବ। ଧର୍ମ ପରାୟଣ ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ମେଳାପୀ ହେବେ। ପ୍ରେମୀ, ସାହସୀ ଓ ଭ୍ରାତୃ ସ୍ନେହୀ ହେବେ। ବିିବାଦରେ ବିଜୟୀ ହେବେ।

କନ୍ୟା: ପରିବେଶ ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିଭିନ୍ନ ସ୍ତରରୁ ଧନାଗମ ହେବ। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ।

ତୁଳା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଉନ୍ନତମାନର ହେବ। ଦାମ୍ପତ୍ୟ ସୁଖ ମିଳିବ। ମାଲି ମୋକଦ୍ଦମାରେ ଜିଣି ଧନଲାଭ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସାମାଜିକ ଗୌରବ ମିଳିବ।

ବିଛା: ଯାନବାହନ ଚଳାଚଳରେ ବିଶେଷ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବ। ମିଷ୍ଟଭାଷୀ ଭାବେ ସାମାଜିକ ଆଦର ମିଳିବ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ସାହସୀ, ଜ୍ଞାନୀ ହେବେ। ଗୁପ୍ତବିଦ୍ୟାରେ ରୁଚି ରହିବ।

ଧନୁ: ଦେବ-ଦେବ ମହାଦେବଙ୍କ ଦର୍ଶନ ଶୁଭଦାୟକ ହେବ। ଆଦରଣୀୟ ହେବେ। ସମ୍ମାନିତ ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି।

ମକର: ଭ୍ରାତୃ ବିବାଦର ସମାଧାନ ହେବ। କର୍ମ ଚଞ୍ଚଳ ରହିବେ। କୀର୍ତ୍ତିମାନ ହୋଇପାରନ୍ତି। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସୁଖ ମିଳିବ।

କୁମ୍ଭ: ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହେବେ। ପୂଜା ପଦ୍ଧତିରେ ମନ ଦେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ପାରିବାରିକ ସୁଖ ମିଳିବ। ଉଦ୍ୟୋଗୀ ହେବେ।

ମୀନ: ଭଲ-ମନ୍ଦ ମିଶ୍ରିତ ଫଳ ମିଳିବ। ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷା ପରିତ୍ୟାଗ କଲେ ସାମାଜିକ ସ୍ତରରେ ଆଦୃତ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳରେ ସତର୍କ ହେବେ।

Leave A Reply