ଶୁକ୍ରବାର ରାଶିଫଳ(୧୮ ସେପ୍ଟେମ୍ବର ୨୦୨୦)

ମେଷ: ଭ୍ରାତୃଭାବ ଅତୁଟ ରହିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ଶାରୀରିକ ଶକ୍ତି ବୃଦ୍ଧି ହେବ। ମିତ୍ରମାନଙ୍କଠାରୁ ସହାୟତା ପାଇ ଶତ୍ରୁ ଦମନ କରିପାରନ୍ତି। ଚାକିରିକ୍ଷେତ୍ରରେ ପ୍ରଶଂସିତ ହେବେ।
ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ସୂଚନା ମିଳୁଛି। ଲଟେରୀ ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ହେବ।
ମିଥୁନ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକାର୍ଯ୍ୟରେ ଗୁରୁତ୍ୱ ଦେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିବେ।
କର୍କଟ: କାର୍ଯ୍ୟର ସଫଳ ରୂପାୟନ କରି ଆଦର୍ଶବାଦୀ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ।
ସିଂହ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସୁଚିନ୍ତିତ ମତବ୍ୟକ୍ତ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ଶ୍ରୀଚନ୍ଦ୍ର ଭୋଗହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣ କ୍ଷେତ୍ରରେ ବୀରତ୍ୱ ପ୍ରଦାନ କରିବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚିନ୍ତାଧାର ଉନ୍ନତମାନର ହେବ।
ତୁଳା: ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଧର୍ମମାର୍ଗରେ ମନୋନିବେଶ କରିବେ। କର୍ମଚଞ୍ଚଳ ରହିବେ। ଜନହିତକର କାର୍ଯ୍ୟରେ ଅଧିକ ବ୍ୟୟ କରି ଆତ୍ମସନ୍ତୋଷ ଲାଭ କରିବେ। ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ।
ବିଛା: ମୂଲ୍ୟବାନ୍‍ ଦ୍ରବ୍ୟଲାଭ ହୋଇପାରେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନଲାଭ ହେବ।
ଧନୁ: ସମ୍ମାନିତ ହେବାର ସୂଚନା ମିଳୁଛି। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ଓ କରିତ୍‍କର୍ମା ହେବେ।
ମକର: ନିର୍ଭରଶୀଳ ହୋଇପାରନ୍ତି। ଭାଗ୍ୟର ପରିବର୍ତ୍ତନ ଘଟିବ। ଭୋଗବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ଅର୍ଥ କ୍ଷୟ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ନିଜର ପାରଦର୍ଶିତା ପ୍ରତିପାଦନ କରିପାରନ୍ତି। ସତର୍କତାର ଦିନ।
ମୀନ: ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ଇଙ୍ଗିତରେ ଚଳିବେ।

Comments are closed.