ଶୁକ୍ରବାର ରାଶିଫଳ – ୧୩ ନଭେମ୍ବର ୨୦୨୦

ମେଷ: କାର୍ଯ୍ୟରେ ସଫଳତା ଲାଭ କରିବେ। କ୍ରୋଧ ସମ୍ବରଣ କଲେ ସୁଫଳ ମିଳିବ। ଭାଇମାନଙ୍କ ସହିତ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଶିକ୍ଷିତା ଧର୍ମପତ୍ନୀଙ୍କ ସହଯୋଗ ମିଳିବ। ଧାର୍ମିକ ଓ ତେଜସ୍ୱୀ ହେବେ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।
ମିଥୁନ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ଉତ୍ତମବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଯାନବାହନ ସୁଖ ମିଳିବ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
କର୍କଟ: ସାଧନାରେ ସିଦ୍ଧିଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ପ୍ରତିଯୋଗିତାରେ ବିଜୟୀ ହେବେ।
ସିଂହ: ପରମ ଭାଗ୍ୟଶାଳୀ ଓ ଶାନ୍ତିପ୍ରିୟ ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ବିଦେଶ ଭ୍ରମଣରେ ଯାଇପାରନ୍ତି। ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ।
କନ୍ୟା: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ଐଶ୍ୱର୍ୟ୍ୟଯୁକ୍ତ ହେବେ। ବ୍ୟବସାୟ ପାଇଁ ଉଦ୍ୟମ ଚଳାଇ ପାରନ୍ତି। ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ସଂପଦ ଭରପୁର ରହିବ। ଚକ୍ଷୁରେ ପୀଡ଼ା ଉପୁଜି ପାରେ।
ତୁଳା: ବାଧା ବିଘ୍ନକୁ ଏଡ଼ାଇ କାର୍ଯ୍ୟରେ ଆଗକୁ ବଢ଼ିବେ। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି।
ବିଛା: ଚାଲୁ ରହିଥିବା କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଯାନବାହନ ସୁଖ ମିଳିବ।
ଧନୁ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସୁଚାରୂପେ ସମ୍ପାଦନ କରିପାରନ୍ତି। ସୁଖ ସମ୍ମାନ ଲାଭ କରିବେ। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
ମକର: ଗୁରୁତ୍ୱପୂର୍ଣ୍ଣ ଏକ ନୂତନ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି।
କୁମ୍ଭ: ଅଧିକ ବ୍ୟୟ ଯୋଗୁଁ ମନସ୍ତାପ କରିପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ମୀନ: ଭ୍ରମଣ ଜନିତ ସମସ୍ୟାଗୁଡ଼ିକ ସହଜରେ ସମାଧାନ କରିବାକୁ ପାରଙ୍ଗମ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପାଇଁ ମନ ବଳାଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ହେବେ। ପତ୍ନୀ ପରାମର୍ଶଦାତା ହେବେ।

Comments are closed.