ଶୁକ୍ରବାର ରାଶିଫଳ – ୦୧.୦୧.୨୦୨୧

ମେଷ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ସୁଖଭୋଗ କରିବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। କୃଷିକର୍ମ ଉପରେ ଗୁରୁତ୍ୱ ଦେବେ। ବୁଦ୍ଧିମାନ୍‍ ହେବେ।
ବୃଷ: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହେବେ। ମେଳାପୀ ପ୍ରକୃତିର ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହୋଇପାରନ୍ତି।
ମିଥୁନ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ। ସୁଖଭୋଗୀ ହେବେ।
କର୍କଟ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଐଶ୍ୱର୍ୟ୍ୟଯୁକ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଧନ ସମ୍ପଦ ଭରପୂର ରହିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ।
ସିଂହ: କର୍ମଚଞ୍ଚଳ ରହିିବେ। ସାମୟିକ ଭାବେ ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି। ମହିଳାଙ୍କ ପ୍ରତି ଦୟାର୍ଦଚିତ୍ତ ହେବେ। ଜ୍ଞାନୀ ହେବେ।
କନ୍ୟା: ସୁସ୍ଥ ରହିବେ। ଯଶସ୍ୱୀ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ କରିପାରନ୍ତି। ସନ୍ତାନମାନେ ଗୁଣବାନ୍‌ ଓ ସମ୍ପତ୍ତିବାନ୍‍ ହେବେ। ଗୃହ ଓ ଯାନବାହନ ସୁଖ ମିଳିବ।
ତୁଳା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ। ସ୍ବତ୍ବାଧିକାରୀ ହେବେ।
ବିଛା: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି। ତୀର୍ଥଯାତ୍ରା ଅବା ପର୍ୟ୍ୟଟନ ସୁବିଧା ମିଳିପାରେ।
ଧନୁ: ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସର୍ଦ୍ଦି କଫଜନିତ କ୍ଳେଶ ଉପୁଜି ପାରେ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ।
ମକର: ବ୍ୟବସାୟରୁ ପ୍ରଚୁର ଲାଭ ମିଳିପାରେ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ୱକର୍ମ ପାଇଁ ମନରେ ଅହଂଭାବ ଜାଗରିତ ହୋଇପାରେ। ଶାନ୍ତ ଓ ଧୈର୍ୟ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କୁ ପରାମର୍ଶଦାତା ଭାବେ ଗ୍ରହଣ କରିବେ।
କୁମ୍ଭ: ଭ୍ରାତୃଭାବ ଅତୁଟ ରହିବ। ସାମାନ୍ୟ ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଜନ ଶୁଣାଣିରେ ନିଜର ଦୃଢ଼ମତ ସାବ୍ୟସ୍ତ କରିବେ।
ମୀନ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ଆର୍ଥକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ମନ ପ୍ରଫୁଲ୍ଲ ରହିବ।

Comments are closed.