ଶୁକ୍ରବାର ରାଶିଫଳ ୧୯.୦୩.୨୦୨୧

ମେଷ: ଲୋଭଗ୍ରସ୍ତ ହୋଇପାରନ୍ତି। ଧନ ଲାଭକାରୀ ହେବେ। ବିନୀତ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି। ନିତ୍ୟାନନ୍ଦ ଭୋଗ କରିବେ। ଗୁଣବାନ୍‍ ହେବେ। ବହୁ ବିଦ୍ୟା ପାରଙ୍ଗମ ହୋଇପାରନ୍ତି। ମାନସିକ ଅଶାନ୍ତି ଓ ସ୍ୱାସ୍ଥ୍ୟ ହାନି ଘଟିପାରେ।
ବୃଷ: ଆୟ ପରିମାଣ ବୃଦ୍ଧି ପାଇବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ଭୋଜନ ଆନନ୍ଦ ଦାୟକ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିିବ। ଚିନ୍ତାଧାରା ଉନ୍ନତ ହେବ।
ମିଥୁନ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହୋଇପାରନ୍ତି। ସ୍ୱାଭିମାନୀ ହୋଇପାରନ୍ତି। ଶୃଙ୍ଖଳିତ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ନିର୍ଭୟରେ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ବିଧି ବିଧାନ ମାନି ଚଳିବେ।
କର୍କଟ: ମନ ପ୍ରଫୁଲ୍ଲ ରହିବ। ଶୁଭଖବର ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସରକାରୀ ସ୍ତରରେ ସମ୍ମାନିତ ହେବେ।
ସିଂହ: କର୍ତ୍ତବ୍ୟ ପାଳନରେ ନିଷ୍ଠାପର ହେବେ। ସୁସମ୍ବାଦ ଶୁଣି ଉତ୍‍ଫୁଲ୍ଲିତ ହେବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।
କନ୍ୟା: କାର୍ଯ୍ୟର ସଫଳ ରୂପାୟନ କରି ଆଶ୍ୱସ୍ତ ହେବେ। କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଭକ୍ତିଗାଥା ପ୍ରବଚନ ଶୁଣିବାକୁ ଇଚ୍ଛା କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅର୍ଥ ଟାଣ-ଟୁଣ ରହିବ। ପାରିବାରିକ ଅଶାନ୍ତି। ଉପୁଜିପାରେ। ସତ୍‍ପୁତ୍ର ଲାଭ କରିପାରନ୍ତି। ଗୁଣଜ୍ଞ ହେବେ। ଦୟାଳୁ ହୋଇପାରନ୍ତି। ରାଜପୂଜା ମିଳିବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।
ବିଛା: ବନ୍ଧୁ ମିଳନ ଆନନ୍ଦଦାୟକ ହେବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ମିଳିବ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିପାରନ୍ତି।
ଧନୁ: ବିଚାର ବିମର୍ଶ ପୂର୍ବକ କାର୍ଯ୍ୟ କଲେ ସଫଳତା ମିଳିବ। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ପ୍ରୀତିଭୋଜନ ମିଳିବ। ଆନନ୍ଦ ଉପଭୋଗ କରିବେ।
ମକର: ଅଧ୍ୟୟନରତ ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅସାଧ୍ୟ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଉଦ୍ୟମ ପ୍ରଶଂସନୀୟ ହେବ। ଦୟାଳୁ ସ୍ୱଭାବର ହେବେ।
କୁମ୍ଭ: ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ପ୍ରଶସ୍ତ ରହିଛି। ଦେବ ପୂଜା ନିରତ ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଜଟିଳ ସମସ୍ୟାର ସମାଧାନ କରିବାରେ ସିଦ୍ଧହସ୍ତ ହେବେ। ସ୍ୱକର୍ମ ପାଇଁ ଗର୍ବିତ ହେବେ।
ମୀନ: ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବନ୍ଧୁ ସହାୟତା ମିଳିପାରେ। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ। ସେବା କାର୍ଯ୍ୟରେ ମନ ଦେଇ ପାରନ୍ତି।

Comments are closed.