ଗଜପତି ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ; ଦୁଇ ଲଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: ଗଜପତି ଜିଲାର ଆର୍.ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

 

ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.