ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ତାହା ସହ ନବୀନ ପୀଠ ସହିତ ଜଡିତ ଥିବା ବହୁ ନୂତନ ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଗଞ୍ଜାମରେ ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଗତକାଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମା’ଙ୍କ ପୀଠ ପରିଦର୍ଶନ କରି ଆୟୋଜନ ସଂପର୍କରେ ଅନୁଧ୍ୟାନ କରିବା ସହିତ ଜିଲା ପ୍ରଶାସନ ସହିତ ଆଲୋଚନା କରିଥିଲେ । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ମା’ଙ୍କୁ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଥିବାର ନଜର ଆସିଥିଲା । ପରେ ସେମାନେ ମନ୍ଦିର ପରିସର, ମୁଣ୍ଡନ ଗୃହ, ବଡ ପ୍ରସାଦ ସେବନ ଗୃହ, ପ୍ରଶାସନିକ ଭବନ, ଭିୟୁ ପଏଣ୍ଟ ଓ ମନ୍ଦିର ଚତୁଃପାର୍ଶ୍ବ ଅଞ୍ଚଳ ବୁଲି ଦେଖିଥିଲେ। ଏହାସହିତ ସେବାୟତ ଓ ସ୍ଥାନୀୟ ଜନସାଧାରଣଙ୍କ ସହିତ ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଥିଲେ।।

Comments are closed.