୨ ଦଶମ ଶ୍ରେଣୀ ଛାତ୍ରଙ୍କ ମଧ୍ୟରେ ଛୁରାମାଡ ; ଜଣେ ଗୁରୁତର

ଗଞ୍ଜାମ : ଗଞ୍ଜାମ ଜିଲା ଭଞ୍ଜନଗର ଗାଙ୍ଗପୁର ଥାନା ଅନ୍ତର୍ଗତ ବଡ ବୋରସିଙ୍ଗ ଆଞ୍ଚଳିକ ସ୍କୁଲ ଭିତରେ ଅଭାବନୀୟ ଘଟଣା ଘଟିଥିବା ନେଇ ବୁଧବାର ଖବର ମିଳିଛି। ୨ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ସହ ଛୁରାମାଡ ହୋଇଛି। ଏଥିରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ଏହାସହ ଅନ୍ୟ ଜଣେ ଛାତ୍ରକୁ ସ୍କୁଲ କର୍ତ୍ତୃପକ୍ଷ ଅଟକ ରଖିଛନ୍ତି। ଥଟ୍ଟାମଜାରୁ ଦଶମ ଶ୍ରେଣୀର ୨ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Comments are closed.