ଗଞ୍ଜାମରେ ୭ ଦିନ ଯାଏଁ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ

ଗଞ୍ଜାମ : ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନ ୭ ଦିନ ପାଇଁ ବନ୍ଦ। ଆସନ୍ତାକାଲି ଠାରୁ ୨୧ ତାରିଖ ଯାଏଁ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ। କୋଭିଡ ସଂକ୍ରମଣ ବୃଦ୍ଧି ପରେ ଜିଲା ପ୍ରଶାସନର ନିଷ୍ପତ୍ତି ପରେ ଏପରି ପଦକ୍ଷେପ ନିଆଯାଇଛି। ୭ ଦିନ ଧର୍ମାନୁଷ୍ଠାନ ସାନିଟାଇଜ ସହ ରୀତିନୀତି ପାଳନ ହେବ। ପାର୍କ, ଖେଳପଡିଆ, ସମୁଦ୍ର ବେଳାଭୂମି ଓ ହ୍ରଦ ମଧ୍ୟ ବନ୍ଦ ରହିବ। ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ଉପରେ ମଧ୍ୟ କଟକଣା ଲାଗୁ କରାଯାଇଛି।

Comments are closed.