ଗଞ୍ଜାମ ତହସିଲ ଅଞ୍ଚଳରେ ୬୮୦ ଗ୍ରାମ କଣ୍ଟକ ପଟା ବଣ୍ଟନ

ଗଞ୍ଜାମ: ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ର କପିଳେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ପଟା ବଣ୍ଟନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି । ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ତହସିଲ ଅଧିନସ୍ଥ ବିଭିନ୍ନ ଗ୍ରାମର ୬୮୦ ପରିବାର ଙ୍କୁ ଗୁରବାର ଗ୍ରାମ କଣ୍ଟକ ପଟା ପ୍ରଦାନ କରାଯାଇଥିଲା।ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ଉକ୍ତ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ୟ୍ୟକ୍ରମରେ ଛତ୍ରପୁର ଉପଜିଲ୍ଲାପାଳ ନୀଳମାଧବ ଭୋଇ, ଗଞ୍ଜାମ ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ ବିଶ୍ୱଜିତ ରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସ୍ଥାନୀୟ ତହସିଲଦାରଙ୍କ ସମୟରେ ଲୋକଙ୍କୁ ପଟା ପ୍ରଦାନ କାର୍ୟ୍ୟ ଅଧିକ କ୍ରିୟାଶୀଳ ହୋଇପାରିଛି ବୋଲି ସାଧାରଣ ରେ ମତ ପ୍ରକାଶ ପାଇଛି ।

Comments are closed.