ମାସ୍କ ନ ପିନ୍ଧିଲେ ଦୃଢ କାର୍ଯ୍ୟାନୁଷ୍ଠାନ- ଗଞ୍ଜାମ ଜିଲାପାଳ

ଗଞ୍ଜାମ: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଗତକିଛି ଦିନ ହେଲା ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ କମିବାରେ ଲାଗିଛି। ତେବେ ଜିଲାରେ ଯେପରି କରୋନା ସଂକ୍ରମଣ ନିୟନ୍ତ୍ରଣରେ ରହିବ, ସେଥିଲାଗି ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦୃଢପଦକ୍ଷେପ ନେଇଛନ୍ତି।


ଏ ନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଜିଲାବାସୀଙ୍କୁ ଟ୍ବିଟ କରି କହିଛନ୍ତି ଯେ, ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଅଟୋ, ବସ୍ କିମ୍ବା ଅନ୍ୟ କୌଣସି ଯାନବାହାନରେ ଯାତ୍ରା କରୁଥିବା ବେଳେ ମାସ୍କ ପରିଧାନ କରିବାକୁ ପରାମର୍ଶ ଦେଇଛନ୍ତି। ଯଦି କୌଣସି ଯାତ୍ରୀ ଏହାର ଖିଲାପୀ କରିବେ, ତେବେ ସଂପୃକ୍ତ ଯାନର ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବା ।

Comments are closed.