ଏମକେସିଜିରେ ଖୋଲିବ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ

ଭୁବନେଶ୍ଵର: ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ କଲେଜ ଓ ହସ୍ପିଟାଲରେ ଖୋଲିବ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗ। ଏ  ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେବା ସହିତ ଉଭୟ ସର୍ଜିକାଲ ଏବଂ ମେଡିକାଲ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବା କ୍ଷେତ୍ରରେ ଏମକେସିଜି ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି। ଏଠାରେ ଉପରୋକ୍ତ ଦୁଇଟି ସୁପର ସ୍ପେଶାଲିଟି ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.