ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଓ ବାବୁଲ ସୁପ୍ରିୟୋ

ଭୁବନେଶ୍ବର: ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଓ ବାବୁଲ ସୁପ୍ରିୟୋ। ଏହି ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ ନାଗରିକତା ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି ପାଇଁ ଆୟୋଜିତ ରାଲିରେ ଯୋଗଦେବେ। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ବ୍ରହ୍ମପୁରରେ ନାଗରିକତା ସଂଶୋଧନ ଆଇନ ସମ୍ପର୍କରେ ଆୟୋଜିତ ଜନସଚେତନତା ରାଲିରେ ଜନସାଧାରଣଙ୍କୁ ସମ୍ଭୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ଶନିବାର କେନ୍ଦ୍ରମନ୍ତ୍ରୀ ଗିରିରାଜ୍ ସିଂ ସମ୍ବଲପୁରରେ ଆୟୋଜିତ ହେବାକୁ ଥିବା ରାଲିରେ ଜନସାଧାରଣଙ୍କୁ ଉଦବୋଧନ ଦେବେ। ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଓଡିଶା ଗସ୍ତକୁ ନେଇ ସୂଚନା ଦେଇଛନ୍ତି ବିଜେପି ମୁଖପାତ୍ର ଗୋଲକ ମହାପାତ୍ର।

 

 

 

 

Comments are closed.