ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡ଼ିରୁ ବହିଷ୍କୃତ ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର: ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡ଼ିର ପ୍ରାଥମିକ ସଦସ୍ୟ ପଦରୁ ରବିବାର ବହିଷ୍କୃତ କରାଯାଇଛି। ଏ ନେଇ ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ବହୁକୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକ ଭିଜଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ପ୍ରଦୀପ ପାଣିଗ୍ରାହୀ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ସହ ବନ୍ଧୁ ବାନ୍ଧିବାକୁ ଯାଉଥିଲେ। ପାଠକ ବାପା ଓ ପୁଅଙ୍କ ସହ ସମ୍ପର୍କକୁ ନେଇ ବିିବାଦରେ ଥିଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ।

Comments are closed.