ଜାମିନ ଆବେଦନ ଖାରଜ, ଜେଲ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର: ​ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଜାମିନ ଆବେଦନ ଖାରଜ ହେବା ପରେ ପ୍ରଦୀପଙ୍କୁ ଝାରପଡ଼ା ଜେଲ‌କୁ ପଠାଇ ଦିଆଯାଇଛି। ପ୍ରଦୀପଙ୍କୁ ୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।।

ବେନାମୀ ଅର୍ଥ କାରବାର ମାମଲାରେ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଗିରଫ କରାଯାଇଛି। ଟାଟା କମ୍ପାନୀରେ ଚାକିରି ଦେବା ନାମରେ ଅର୍ଥ ଆଦାୟ କରୁଥିଲେ। ଜାଲିଆତି, ଠକେଇ ଓ ଅପରାଧିକ ଷଡ଼ଯନ୍ତ୍ର ମାମଲା ରୁଜୁ କରାଯାଇଛି। ଗିରଫ କରିବା ପରେେ SDJM କୋର୍ଟରେ ହାଜର କରାଇଥିଲା କ୍ରାଇମ୍‌ବ୍ରାଞ୍ଚ। ଏହାପରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଓକିଲଙ୍କ ପକ୍ଷରୁ ଜାମିନ ଆବେଦନ କରାଯାଇଥିଲା। ପ୍ରଦୀପ ଉଚ୍ଚ ରକ୍ତଚାପ ଓ ମଧୁମେହରେ ପୀଡ଼ିତ ଦର୍ଶାଇଥିଲେ ଓକିଲ। ଜାମିନ ଆବେଦନ ଖାରଜ ହେବା ପରେ ପ୍ରଦୀପଙ୍କୁ  ୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।।

ଆଜି ସନ୍ଧ୍ୟାରେ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ପଚରା ଉଚୁରା ପାଇଁ ନିଆଯାଇଥିଲା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ଆକାଶ ପାଠକଙ୍କ ନାମରେ ଟଙ୍କା ଆଦାୟ କରୁଥିଲେ ପ୍ରଦୀପ ପାଣିଗ୍ରାହୀ। ଟାଟା କମ୍ପାନୀରେ ଚାକିରି ଦେବାକୁ ଟଙ୍କା ଆଦାୟ କରୁଥିଲେ। ଭାବୀ ଜ୍ବାଇଁ ଆକାଶ ପାଠକଙ୍କ ସହ ମିଶି ଠକିଛନ୍ତି। ଆକାଶ ପାଠକଙ୍କ ସମ୍ପତ୍ତି କାରବାରରେ ପ୍ରଦୀପ ପାଣିଗ୍ରାହୀଙ୍କ ସମ୍ପୃକ୍ତି ରହିଥିଲା। ପଚରାଉଚୁରା ପରେ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି। ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧ ଓ ୧୨୦ ‘ବି’ ଆଇପିସି ଏବଂ ଆଇଟି ଆକ୍ଟ ୨୦୦୦ରେ ମାମଲା ରୁଜୁ ହୋଇଛି। ବେନାମୀ ଅର୍ଥ କାରବାର, ଅପରାଧିକ ଷଡ଼ଯନ୍ତ୍ର ଓ ଠକେଇରେ ସାମିଲ ହୋଇଥିବା ନେଇ ଅଭିଯୋଗ ହୋଇଛି ବୋଲି କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି।

Comments are closed.