ବୁଲା ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ୫୫ ଲକ୍ଷ ଟଙ୍କା ମଞ୍ଜୁର କଲେ ସରକାର

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ତାଲାବନ୍ଦ ଜାରି ରହିଛି। ଏହି ସମୟରେ ବୁଲା ଗୋରୁ ଓ କୁକୁରମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ୫ ମହାନଗର ନିଗମ ୪୮ଟି ମ୍ୟୁନିସପାଲଟି ଓ ୬୧ ଏନ୍ଏସିକୁ ୫୫ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନଗୁଡ଼ିକ ଜରିଆରେ ବୁଲା ପ୍ରାଣୀମାନଙ୍କୁ ଖାଦ୍ୟ ଯୋଗାଇଦେବେ।

ସରକାରଙ୍କ ନିର୍ଦେଶ ଅନୁସାରେ, ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ ୨୦ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ ହଜାର ଟଙ୍କା, ମ୍ୟୁନିସପାଲଟିମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସିଗୁଡ଼ିକ ଦୈନିକ ୨ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

ସୂଚନାଯୋଗ୍ୟ, ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲଷ ଟଙ୍କା ମଞ୍ଜୁର କରାଯାଇଥିଲା।

Comments are closed.